ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ଜଣେ ନାବାଳକଙ୍କ ଜୀବନ ୨ ଗୁରୁତର ।

0

କନ୍ଧମାଳ ୨୧। ୧୨ : ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ଚାଲିଗଲା ଜଣେ ନାବାଳକଙ୍କ ଜୀବନ ୨ ଗୁରୁତର । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ସୁସ୍ଥ ଅଛନ୍ତି।ପ୍ରକାଶ ଯେ, ବାଇକ ନଂ ଓଡି ୧୨ ଇ -୬୪୮୬ ସିମନବାଡି ଅଞ୍ଚଳରୁ ସୁଲୁମାହା ଗ୍ରାମକୁ ଫେରୁଥିବା ବେଳେ ଦାରିଙ୍ଗବାଡିରୁ ସିମନବାଡି ଅଭିମୁଖେ ବୁଲେଟ ନଂଓଡି ୦୭ଏସି-୭୫୭୬ ଟି ଯାଉଥିଲା। ଉକ୍ତ ୨ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁ ସୁଲୁମାହା ଗ୍ରାମର ଜଣେ ନାବାଳକ ଛାତ୍ର ଯାକ୍ୟୁସ ପ୍ରଧାନଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଖବର ପାଇ ଦାରିଙ୍ଗବାଡି ଆଇଆଇସି ଅଶୋକ କୁମାର ହାଁସଦା ପହଞ୍ଚି ମୃତଦେହ ଜବତ କରିବା ସହ ୨ ବାଇକ ଜବତ କରି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

Leave A Reply

Your email address will not be published.

error: Content is protected !!
Latest News
ବିଜେପିର ମିଶ୍ରଣ ପର୍ବ, ଭୁଶୁଡି ଯିବ କି ବିଜେଡି ଗଡ଼ । ଗଞ୍ଜାମ ଜିଲ୍ଲା କବି- ସୂର୍ଯ୍ୟନଗର ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆଗରେ ଦୁଇ ଯୁବକ ଙ୍କୁ ଖଣ୍ଡା ରେ ସଂଘବଧ... ସାଇ ମନ୍ଦିରରୁ ସୁନା ଅଳଙ୍କାର ଚୋରି| ଭୟଙ୍କର ବିସ୍ପୋରଣ ରେ ଚାଲିଗଲ ୨ ଜଣକ ଜୀବନ ନୂଆ ବର୍ଷରେ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ କହି ଘରୁ ବାହାରିଥିଲେ ରଞ୍ଜନ , କିନ୍ତୁ ପରଦିନ ସକାଳେ ବିଲ ମଝିରେ ମରି ... ଟୁଙ୍ଗୁରୁ ଭୋଳ ପରି ଭଲ ପାଇଲା, ଦେହସୁଖ ପରେ ଛାଡିଦେଲା। ୨୦୨୦ ରେ ଟୁଙ୍ଗୁରୁ- ବର୍ଷା, ୨୦୨୫ ରେ ଶିବା-ଆରତୀ। ସାଗବାହାଳୀ ରୁ ସାନ କେନ୍ଦୁଗୁଡାକୁ ରାସ୍ତା ନିର୍ମାଣ ପାଇଁ ଗ୍ରାମ ବାସୀଙ୍କ ଦାବି। କ୍ଷୁଦ୍ଧାମୁକ୍ତ ବିକଶିତ ସମାଜ ଗଠନ ପାଇଁ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉସ୍ୱାତୀର କର୍ମୀ ସମ୍ମୀଳନୀରେ ଘୁ.... ନଳଗୋହିରା ଶିକ୍ଷା ବିକାଶ ମଞ୍ଚ ଓ ନେହେରୁ ଯୁବକେନ୍ଦ୍ର, ଭଦ୍ରକର ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗି... ମିକ୍ସଚର ଫ୍ୟାକ୍ଟ୍ରି ରେ ଅଗ୍ନିକାଣ୍ଡ